16ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
17ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
18ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
19ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
20ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।