ଲେବୀୟ ପୁସ୍ତକ 23

ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,

Leviticus 23:26 (UKJV) And the LORD spoke unto Moses, saying,

24“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।

25ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”

26ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,

27“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।

28ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.