28ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
29ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
30ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।
31ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
32ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”