ଲେବୀୟ ପୁସ୍ତକ 23

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।

Leviticus 23:34 (UKJV) Speak unto the children of Israel, saying, The fifteenth day of this seventh month shall be the feast of tabernacles for seven days unto the LORD.

32ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”

33ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

34“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।

35ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

36ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.