ଲେବୀୟ ପୁସ୍ତକ 23

ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।

Leviticus 23:4 (UKJV) These are the feasts of the LORD, even holy convocations, which all of you shall proclaim in their seasons.

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।

3ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।

4ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।

5ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।

6ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.