41ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
42ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
43ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
44ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।