3ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
4ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
5ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।