7ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
10“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
11ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।