1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
3ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।