ଲେବୀୟ ପୁସ୍ତକ 24

ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।

Leviticus 24:11 (UKJV) And the Israelites woman's son blasphemed the name of the Lord, and cursed. And they brought him unto Moses: (and his mother's name was Shelomith, the daughter of Dibri, of the tribe of Dan:)

9ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”

10ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।

11ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।

12ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।

13ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.