12ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
15ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
16ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।