ଲେବୀୟ ପୁସ୍ତକ 24

ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Leviticus 24:22 (UKJV) All of you shall have one manner of law, as well for the stranger, as for one of your own country: for I am the LORD your God.

20କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।

21ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।

22ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

23ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.