4ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
5ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
6ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।
7ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
8ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।