8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
9ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
10ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
11ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
12କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।