11ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
12କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
13ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
14ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
15ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।