17ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
18ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
19ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
20ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
21ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।