1ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
3ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
4ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।
5ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।