31ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
32ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
33ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।