33ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
36ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।