34ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
36ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
38ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।