ଲେବୀୟ ପୁସ୍ତକ 25

ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।

Leviticus 25:37 (UKJV) You shall not give him your money upon interest, nor lend him your victuals for increase.

35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।

36ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।

37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।

38ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।

39ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.