ଲେବୀୟ ପୁସ୍ତକ 25

କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

Leviticus 25:42 (UKJV) For they are my servants, which I brought forth out of the land of Egypt: they shall not be sold as bondmen.

40ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

41ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।

42କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

43ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।

44ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.