41ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
42କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
43ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
44ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।
45ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।