ଲେବୀୟ ପୁସ୍ତକ 25

ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।

Leviticus 25:44 (UKJV) Both your bondmen, and your bondmaids, which you shall have, shall be of the heathen that are round about you; of them shall all of you buy bondmen and bondmaids.

42କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

43ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।

44ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।

45ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।

46ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.