50ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
51ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
52ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
53ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
54ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।