53ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
54ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
55କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”