ଲେବୀୟ ପୁସ୍ତକ 25

ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;

Leviticus 25:6 (UKJV) And the sabbath of the land shall be food for you; for you, and for your servant, and for your maid, and for your hired servant, and for your stranger that sojourns with you.

4ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।

5ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।

6ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;

7ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।

8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.