44ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
45ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
46ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।