3ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
4ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
5ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
6ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
7ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।