7ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
8ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
9ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
10ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
11ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।