ଲେବୀୟ ପୁସ୍ତକ 27

ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Leviticus 27:19 (UKJV) And if he that sanctified the field will in any way redeem it, then he shall add the fifth part of the money of your estimation unto it, and it shall be assured to him.

17ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।

18ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।

19ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

20ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।

21ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.