22ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
23ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
24ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।
25ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
26ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।