ଲେବୀୟ ପୁସ୍ତକ 27

ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।

Leviticus 27:3 (UKJV) And your estimation shall be of the male from twenty years old even unto sixty years old, even your estimation shall be fifty shekels of silver, after the shekel of the sanctuary.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।

3ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।

4ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।

5ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.