ଲେବୀୟ ପୁସ୍ତକ 27

ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।

Leviticus 27:7 (UKJV) And if it be from sixty years old and above; if it be a male, then your estimation shall be fifteen shekels, and for the female ten shekels.

5ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

6ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।

7ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।

8ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।

9ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.