ଲେବୀୟ ପୁସ୍ତକ 3

ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।

Leviticus 3:1 (UKJV) And if his oblation be a sacrifice of peace offering, if he offer it of the herd; whether it be a male or female, he shall offer it without blemish before the LORD.

1ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।

2ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।

3ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.