1ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
2ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
3ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
4ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।