1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
3ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।