15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
17ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
19ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।