ଲେବୀୟ ପୁସ୍ତକ 4

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;

Leviticus 4:2 (UKJV) Speak unto the children of Israel, saying, If a soul shall sin through ignorance against any of the commandments of the LORD concerning things which ought not to be done, and shall do against any of them:

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;

3ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।

4ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.