29ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।
30ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
31ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
32ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।
33ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।