ଲେବୀୟ ପୁସ୍ତକ 4

ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Leviticus 4:5 (UKJV) And the priest that is anointed shall take of the bullock's blood, and bring it to the tabernacle of the congregation:

3ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।

4ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।

5ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

6ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।

7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.