ଲେବୀୟ ପୁସ୍ତକ 5

ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।

Leviticus 5:1 (UKJV) And if a soul sin, and hear the voice of swearing, and is a witness, whether he has seen or known of it; if he do not utter it, then he shall bear his iniquity.

1ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।

2ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।

3କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.