ଲେବୀୟ ପୁସ୍ତକ 5

ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।

Leviticus 5:17 (UKJV) And if a soul sin, and commit any of these things which are forbidden to be done by the commandments of the LORD; though he knows it not, yet is he guilty, and shall bear his iniquity.

15“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

16ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

17ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।

18ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

19ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.