ଲେବୀୟ ପୁସ୍ତକ 5

ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।

Leviticus 5:8 (UKJV) And he shall bring them unto the priest, who shall offer that which is for the sin offering first, and wring off his head from his neck, but shall not divide it asunder:

6ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

7ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

8ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।

9ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।

10ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.