ଲେବୀୟ ପୁସ୍ତକ 6

ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Leviticus 6:21 (UKJV) In a pan it shall be made with oil; and when it is baked, you shall bring it in: and the baked pieces of the food offering shall you offer for a sweet savour unto the LORD.

19ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

20“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।

21ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

22ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।

23ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.