28ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
29ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।
30ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”