ଲେବୀୟ ପୁସ୍ତକ 6

ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Leviticus 6:8 (UKJV) And the LORD spoke unto Moses, saying,

6ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।

7ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”

8ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

9“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।

10ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.