20ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
21ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
22ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
23“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
24ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।