27ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
28ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
29“ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
30ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
31ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।