ଲେବୀୟ ପୁସ୍ତକ 7

ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା

Leviticus 7:3 (UKJV) And he shall offer of it all the fat thereof; the rump, and the fat that covers the inwards,

1“ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।

2ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।

3ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା

4ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।

5ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.